ସହରାଂଚଳ ଉଠାଦୋକାନୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୨୬ କୋଟିର ପ୍ୟାକେଜ

ଭୁବନେଶ୍ୱର: ସହରାଂଚଳ ଉଠାଦୋକାନୀଙ୍କ ପାଇଁ ପ୍ୟାକେଜ ଘୋଷଣା । ୨୬ କୋଟି ୨୯ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ରହିଛି । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍‌ଡାଉନ୍ ଯୋଗୁଁ ସହରାଂଚଳର ଉଠାଦୋକାନୀଙ୍କମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସହରାଂଚଳର ଉଠାଦୋକାନୀଙ୍କ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୬ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି । ଏହାଦ୍ୱାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।

Leave A Reply

Your email address will not be published.

two × 4 =