ହଟିଲା କଟକଣା: ଓଡ଼ିଶା ଆସିବାକୁ ଦରକାର ନାହିଁ କରୋନା ରିପୋର୍ଟ

ଭୁବନେଶ୍ୱର: ବ୍ୟାପକ ପଦକ୍ଷେପ ଓ ସେଚତନତା ପରେ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସକୁ ଦୃଷ୍ଟିରେ ରଖି ବୁଧବାର ସରକାର ଏକ ବଡ ଘୋଷଣା କରିଛନ୍ତି । ତଦନୁଯାୟୀ ଏଣିକି କେହି ଓଡିଶା ଆସିବାକୁ ହେଲେ ଆଉ କୋଭିଡ୍ ନେଗେଟିଭ୍ ରିପୋର୍ଟ ଦାଖଲ କରିବାକୁ ପଡିବନି । ଏନେଇ ସରକାର କରୋନା ଜନିତ କଟକଣାକୁ ହଟାଇଦେଇଛନ୍ତି । ଏବେ ଓଡ଼ିଶା ଆସିବା ପାଇଁ ଲୋକଙ୍କୁ ଆଣ୍ଟିଜେନ ଓ ଆରଟିପିସିିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ ନାହିଁ । ଏନେଇ ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଉଲ୍ଲେଖଯୋଗ୍ୟ, କରୋନାର ଦ୍ୱିତୀୟ ଲହର ସମୟରେ ସଂକ୍ରମଣ ସଂଖ୍ୟା ବଢ଼ିବା ପରେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଓଡ଼ିଶା ସରକାର ବାହାରୁ ଆସୁଥିବା ଯାତ୍ରୀଙ୍କ ଉପରେ କିଛି କଟକଣା ଲଗାଇଥିଲେ । ଓଡ଼ିଶା ଆସୁଥିଲେ ଯାତ୍ରୀଙ୍କୁ ଆଣ୍ଟିଜେନ ଓ ଆରଟିପିସିିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ୁଥିଲା । ରିପୋର୍ଟ ପଜିଟିଭ ଆସୁଥିଲେ ଯାତ୍ରୀମାନେ ଓଡ଼ିଶା ଆସିପାରୁନଥିଲେ । ହେଲେ ଏବେ ସଂକ୍ରମଣ କମ ହେବା ସହ ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ସରକାର ଏହି କଟକଣା ହଟାଇଛନ୍ତି । ଏବେ ଓଡ଼ିଶା ଆସିବା ପାଇଁ ଲୋକଙ୍କୁ ନିଜର ଆଣ୍ଟିଜେନ ଓ ଆରଟିପିସିିଆର ପରୀକ୍ଷା କରାଇବାକୁ ପଡ଼ିବ ନାହିଁ । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮କୁ ବୃଦ୍ଧି ପାଇଛି ।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ପୁରୀରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଭୁବନେଶ୍ୱରରୁ ୧୧ଜଣ, କଟକରୁ ୧୦ଜଣ, ମୟୂରଭଞ୍ଜରୁ ୬ଜଣ, ଅନୁଗୁଳରୁ ୫ଜଣ, ଝରସୁଗୁଡ଼ାରୁ ୩ଜଣ, ନୟାଗଡ଼ରୁ ୨ଜଣ, ଯାଜପୁରରୁ ୩ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨ଜଣ ମୃତକ ରହିଛନ୍ତି ।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୦, ୮୬୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୬୦, ୩୮୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୪, ୩୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଫଳରେ ବୁଧବାର ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୨ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪୯ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୪, କଟକରୁ ୧୯୮ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୮ ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୮୯ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୪୧୩ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୨, ୧୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୬୨, ୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୩, ୮୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.

twelve + thirteen =