୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୮୮୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୮୮୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତସଂଖ୍ୟା ୧୦.୯୫ ନିୟୁତ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୮୮୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୫୦,୨୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୦୧ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୦୧୪ରେ ପହଞ୍ଚିଛି। ଏହି ହିସାବରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁହାର ୧.୪୨%ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୯୮୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୪୪,୫୮୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ହେଉଛି ୯୭.୩୨%। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୩୭,୩୪୨ରେ ପହଞ୍ଚିଛି। କ୍ରମାଗତ ଏକ ମାସ ହେବ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୨୫%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୯,୪୨୨,୨୨୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୭ ସୁଦ୍ଧା ସମୁଦାୟ ୨୦,୮୭,୦୩,୭୯୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୨୬,୫୬୨ଟି ନମୁନା।

Leave A Reply

Your email address will not be published.

one × 2 =