ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁବରଣ କରିଥିବା ୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ରହିଛନ୍ତି । । ଏହା ସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୯୫୮ ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମୃତ୍ୟୁବରଣ କରିଥିବା ୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣଙ୍କର ପୂର୍ବରୁ ଅନ୍ୟ ରୋଗ ଥିବାବେଳେ ଅବଶିଷ୍ଟ ୮ ଜଣ କେବଳ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି ।