ଭୁବନେଶ୍ୱର-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚିଳକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୫ ଜିଲ୍ଲା ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଓ ସୁନ୍ଦାଗଡ କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦୁଝର, ଅନୁଗୋଳ, ନୂଆପଡା, ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ୱେଲୋ ୱାର୍ଣିଂ ଜାରି କରାଯାଇଛି । ଏହି ସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ । ଏଥି ସହ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ପ୍ରବେଶ ନକରିବାକୁ କୁହାଯାଇଛି ।