ରିପବ୍ଲିକ୍ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ

ନୂଆଦିଲ୍ଲୀ : ରିପବ୍ଲିକ୍ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ ମିଳିଛି।  ଅର୍ଣ୍ଣବଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ବମ୍ୱେ ହାଇକୋର୍ଟ ନାମଞ୍ଜୁର କରିବା ପରେ ସୁପ୍ରିମକୋର୍ଟରେ ପହଞ୍ଚିଛିଥିଲା ମାମଲା। ଜଷ୍ଟିସ୍ ଡି ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ଇନ୍ଦିରା ବାନାର୍ଜୀଙ୍କ ଦ୍ୱାରା ଗଠିତ ଦୁଇ ଜଣିଆ ବେଞ୍ଚ ଏହି ମାମଲାର ଆଜି ଶୁଣାଣି କରି ରିପବ୍ଲିକ୍ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ମଞ୍ଜୁର କରିଛନ୍ତି।

Leave A Reply

Your email address will not be published.

3 × 1 =