ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ପ୍ରାୟ ୬୧ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୬୬ ଲକ୍ଷ ୮୫ ହଜାରରେ ପହଞ୍ଚିଛି । ତେବେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ଟପିଯାଇଛି । କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୬,୮୫,୦୮୩ ରେ ପହଞ୍ଚିଛି । ଏହା ମଧ୍ୟରୁ ୯,୧୯,୦୨୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୩୫୬୯କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୫୬୬୨୪୯୦ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ଭାରତରେ ୬୧୨୬୭ ନୂଆ ମାମଲା ସାମନାକୁ ଆସିଛି ଓ ୮୮୪ ଜଣ ମୃତ୍ୟୁବରଣ କରିଛନ୍ତି ।