ରାଜ୍ୟରେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୬ ଜଣଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Leave A Reply

Your email address will not be published.

18 − fifteen =