ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବା ଆରମ୍ଭ ହୋଇଛି। ୨୪ ଘଣ୍ଟାରେ ମଧ୍ୟରେ ୭୦, ୫୮୯ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୬୧, ୪୫,୨୯୫ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୭୬ ଜଣଙ୍କର ମୃତ୍ୟୁ ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୬, ୩୧୮କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁସାରେ , ଦେଶରେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ସଂଖ୍ୟା ୫୧,୦୧,୩୯୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୭,୫୭୬ରେ ପହଞ୍ଚିଛି।