ଭୁବନେଶ୍ୱର- ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ୫୫୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା । ପ୍ରାଣ ହରାଇଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଳ୍ଲାର ୩, ଭୁବନେଶ୍ୱର, କଟକ, କୋରାପୁଟ, କଳାହାଣ୍ଡି, ନୟଗାଡ ଓ ରାୟଗଡାରୁ ଜଣେ ଲେଖାଏଁ ରହିଛନ୍ତି । ଏମାନେ ପୂର୍ବରୁ ବିଭିନ୍ନ ରୋଗରେ ଆକ୍ରାନ୍ତଥିବା ବେଳେ କରୋନାରେ ଏାମନଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି ।