କଂଗ୍ରେସର ବରିଷ୍ଠ ନେତା ଡି.କେ ଶିବକୁମାରଙ୍କୁ କରୋନା

ବେଙ୍ଗାଲୁରୁ : କଂଗ୍ରେସର ବରିଷ୍ଠ ନେତା ତଥା କର୍ଣ୍ଣାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ବେଙ୍ଗାଲୁରୁର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାପୂର୍ବରୁ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରୁପ୍ପା ଏବଂ ତାଙ୍କ ଝିଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ।
ଶିବକୁମାରଙ୍କ ପୂର୍ବରୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, କେନ୍ଦ୍ର ଜଳ ସଂପଦ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଆୟୁଷ ମନ୍ତ୍ରୀ ଶ୍ରୀପଦ ନାୟକ, କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ।

Leave A Reply

Your email address will not be published.

seventeen + twenty =