ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ


ଭୁବନେଶ୍ୱର-ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱା ଆଂଚିଳିକ ପଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଠି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଆଦି ଜିଳ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୨ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.

15 − thirteen =