କୋଲ୍କାତା:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ବାତ୍ୟା ଅମ୍ଫାନ ବିପନ୍ନ ଅଞ୍ଚଳ ଆକାଶମାର୍ଗରୁ ସର୍ବେକ୍ଷଣ କରିବା ପରେ ୧୦୦୦ କୋଟି ଟଙ୍କାର ଆଗୁଆ ସହାୟତା ଘୋଷଣା କରିଛନ୍ତି।
ଏହାଛଡ଼ା ପ୍ରଧାମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା ଓ ଆହତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ବସିରହାଟ କଲେଜରେ ଆୟୋଜିତ ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଏହି ସଙ୍କଟ ସମୟରେ କେନ୍ଦ୍ର ପଶ୍ଚିମବଙ୍ଗକୁ ସହାୟତା କରିବାକୁ ପ୍ରସ୍ତୁତ। ଉଭୟ ପଶ୍ଚିମବଙ୍ଗ ସରକାର ଓ କେନ୍ଦ୍ରସରକାର ବଙ୍ଗବାସୀଙ୍କ ସହ ଅଛନ୍ତି।