ମୁମ୍ବାଇ: ମହାରାଷ୍ଟ୍ରରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ୧୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୨୧,୪୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଂଟାରେ ୪୯ ଜଣଙ୍କର ମୃତୁ୍ୟ ହେବା ପରେ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ମୋଟ ୧୦୬୮ ଛୁଇଁଛି । ଏଯାବତ ୬୫୬୪ ଜଣ ହସ୍ପିଟାଲରୁ ଡିସ·ର୍ଜ ହୋଇଥିବା ସୂଚନା ରହିଛି ।