ପୁରୀରେ ୨ କରୋନା ସଂକ୍ରମିତ ଚିହ୍ନଟ

ବିଳମ୍ବରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ରବିବାର ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାରୁ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନ ନେଇ ସମସ୍ୟା ଦେଖାଯିବା ସମ୍ଭାବନା ରହିଛି। ଜୁନ୍‌ ୫ରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଏବଂ ୨୩ରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେତେବେଳର କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରଥଯାତ୍ରା ସମ୍ପର୍କରେ ରାଜ୍ୟ ସରକାର ନିଷ୍ପତ୍ତି ନେବେବୋଲି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଗତ ୭ତାରିଖ ଦିନ ମୁଖ୍ୟ ଶାସନ ସଚିବଙ୍କୁ ଲେଖିଥିବା ଚିଠିରେ ସ୍ପଷ୍ଟ କରିଥିଲା। ତେଣୁ ପୁରୀରେ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ଘଟଣା ପ୍ରଶାସନକୁ ଗଭୀର ଚିନ୍ତାରେ ପକାଇଛି।

Comments (0)
Add Comment