ନିଟ୍ ପାଇଁ ଅନଲାଇନରେ ଆବେଦନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ କୋଭିଡ୍ ନିୟମକୁ ପାଳନ କରି ସାରା ଭାରତବର୍ଷରେ ଚଳିତବର୍ଷର ନିଟ୍(ୟୁଜି) ପରୀକ୍ଷା ଅନୁଷ୍ଠିତ ହେବ ଏବଂ ଏଥିପାଇଁ ଆଜି ଅପରାହ୍ଣ ୫ଟାରୁ ଏନଟିଏ ୱେବସାଇଟ୍ ଜରିଆରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ସାମାଜିକ ଦୂରତା ନିୟମକୁ ସୁନିଶ୍ଚିତ କରିବା ପରିପ୍ରେକ୍ଷୀରେ ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ୧୯୮କୁ ବୃଦ୍ଧି କରାଯାଇଛି । ଗତବର୍ଷ ୩ ହଜାର ୮୬୨ଟି ପରୀକ୍ଷା କେନ୍ଦ୍ର ବ୍ୟବହାର ହୋଇଥିବା ବେଳେ ଚଳିତ ବର୍ଷ ମଧ୍ୟ ପରୀକ୍ଷା କେନ୍ଦ୍ରକୁ ମଧ୍ୟ ବୃଦ୍ଧି କରାଯିବ । କୋଭିଡ୍ ନିୟମକୁ ମଧ୍ୟ ପାଳନ କରାଯିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କୁ ମାସ୍କ ପ୍ରଦାନ କରାଯିବ । ସେହିପରି ପରୀକ୍ଷାର୍ଥୀଙ୍କ ପ୍ରବେଶ ଏବଂ ପ୍ରସ୍ଥାନ ସମୟରେ ସମୟ ନିର୍ଦ୍ଧାରଣ କରାଯିବା ସହ କଂଟାକ୍ଟଲେସ୍ ପଞ୍ଜିକରଣ, ପରୀକ୍ଷା କେନ୍ଦ୍ରର ସାନିଟାଇଜେସନ ଏବଂ ପରୀକ୍ଷା ହଲରେ ସାମାଜିକ ଦୂରତା ରକ୍ଷା କରାଯିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି । ପରୀକ୍ଷା ପୂର୍ବରୁ ଏବଂ ପରେ ପରୀକ୍ଷା କେନ୍ଦ୍ରକୁ ସାନିଟାଇଜ୍ କରାଯିବା ନେଇ ମଧ୍ୟ ନିଷ୍ପତି ହୋଇଛି । ଉଲ୍ଲେଖନୀୟ ଯେ, ପୂର୍ବରୁ ଅଗଷ୍ଟ ୧ରେ ଏହି ପରୀକ୍ଷା କରିବା ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିଲା ।

Leave A Reply

Your email address will not be published.

nineteen − 13 =