ପରୀ ପରୀବାରକୁ ଭେଟିଲେ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର

ନୟାଗଡ଼: ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଆଜି ନୟାଗଡ଼ ଗସ୍ତରେ ଆସି ପରୀ ପରିବାରକୁ ଭେଟିଛନ୍ତି । ପରୀର ବାପା ଅଶୋକ ସାହୁ ଓ ମାଆ ସୌଦାମିନିଙ୍କୁ ଭେଟି ସେ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ପରୀ ମାମଲାର ସିବିଆଇ ତଦନ୍ତ ଦାବି ସହ ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇଥିବାରୁ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି ବିଜେପି।

ଏନେଇ  ନୟାଗଡ଼ ଜିଲ୍ଲା ବିଜେପି ପକ୍ଷରୁ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଆରମ୍ଭ ହୋଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଦୁର୍ଗାପୂଜା ମଣ୍ଡପରେ ଏହି ପ୍ରତିବାଦ କରାଯାଉଛି। ପରୀ ପରିବାରକୁ ଭେଟିବା ପରେ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ମଧ୍ୟ ଏହି ଧାରଣାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ସମ୍ବିତ ପାତ୍ରଙ୍କ ସମେତ ଜିଲ୍ଲା ବିଜେପି ସଭାପତି ଲାଲାମନୋଜ ରାୟ, ଇରାନୀ ରାୟ ପ୍ରମୁଖ ପରୀ ପରିବାରକୁ ଭେଟିଥିଲେ।

Leave A Reply

Your email address will not be published.

12 − 12 =