ବାଲେଶ୍ୱର: ସାମ୍ପ୍ରତିକ ସ୍ଥିତିରେ ବଢ଼ି ଚାଲିଥିବା କରୋନା ସଂକ୍ରମଣ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ଦେଶର ଅନ୍ୟାନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ମୃତୁ୍ୟ ଅନୁପାତ କମ ଥିଲେ ବି ଗତ କିଛିଦିନ ଧରି ବଢ଼ୁଥିବା ସଂକ୍ରମଣ ହାର ରାଜ୍ୟବାସୀଙ୍କ ପାଇଁ ଉଦ୍ବେଗର ବିଷୟ ହୋଇଛି । ଗତ ୨୪ ଘଂଟା ମଧ୍ୟରେ ଓଡ଼ିଶାରେ ୩,୪୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ରାଜ୍ୟ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୩୧ ହଜାର ୩୮୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ଆଜି ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଦ୍ୟାବଧି ରାଜ୍ୟରେ କରୋନା ମୃତୁ୍ୟ ସଂଖ୍ୟା ୫୬୯ ଛୁଇଁଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟାନ୍ୟ ଜିଲ୍ଲା ତୁଳନାରେ ଦିନକୁ ଦିନ ବାଲେଶ୍ୱରର ସ୍ଥିତି କ୍ରମଶଃ ବିଗିଡ଼ିବାରେ ଲାଗିଛି । ଆଜି ଗୋଟିଏ ଦିନରେ ୯୨ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅଦ୍ୟାବଧି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪୫୨୭ରେ ପହଞ୍ଚିଛି । ଆଜିସୁଦ୍ଧା ଜିଲ୍ଲାରେ ୩୬୨୨ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ଏକ୍ଟିଭ୍ ଥିବା ୮୬୬ ଜଣ ଆକ୍ରାନ୍ତ ଏବେ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ବାଲେଶ୍ୱର: ଦିନକରେ ୯୨ ପଜିଟିଭ୍