ବାହାଘର ପ୍ରସେସନ୍ କଟକଣାକୁ ପ୍ରତ୍ୟାହାର କଲେ ରାଜ୍ୟ ସରକାର


ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବାହାଘର ଓ ଅନ୍ତିମ ସଂସ୍କାର ନେଇ ପୂର୍ବରୁ ଜାରି କରାଯାଇଥିବା ଗାଇଡଲାଇନ୍ରେ କେତେକ ପରିବର୍ତନ କରାଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିସନର ତଥା ଅତିରିକ୍ତ ଶାସନ ସଚିବ ପ୍ରଦୀପ ଜେନା ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି । କୋଭିଡ ମହାମାରୀ ହେତୁ ପୂର୍ବରୁ ବାହାଘର ପ୍ରସେସନ୍ ଉପରେ ଲାଗୁ କରାଯାଇଥିବା କଟକଣାକୁ ଓଡିଶା ସରକାର ଆଜି ପ୍ରତ୍ୟାହାର କରି ନେଇଛନ୍ତି । ବର୍ତମାନର ପରିସ୍ଥିତିକୁ ଧ୍ୟାନରେ ରଖି ବାହାଘରରେ ବର, ସମେତ ଅଂଶଗ୍ରହଣକାରୀଙ୍କ ସଂଖ୍ୟା ସର୍ବାଧିକ ୨୦୦ ହୋଇପାରିବ ବୋଲି ନିଷ୍ପତି ହୋଇଛି । ତେବେ ବିବାହ ଉସôବରେ କୋଭିଡ-୧୯ କଟକଣା ନିୟମକୁ କଡାଡି ପାଳନ କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିସନରଙ୍କର ବିଜ୍ଞପ୍ତିରେ କୁହାଯାଇଛି । ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ଥର୍ମାଲ୍ ସ୍କାନିଂର ବ୍ୟବସ୍ଥା ଏବଂ ହାତ ଧୋଇବା କିମ୍ବା ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି । ତେବେ ବନ୍ଦ ସ୍ଥାନରେ ମାତ୍ର ୫୦ ପ୍ରତିଶତ ବ୍ୟକ୍ତିଙ୍କୁ ନେଇ ବିବାହ ଉସôବ ଏବଂ ଅନ୍ତିମ ସଂସ୍କାର ଆୟୋଜିତ ହୋଇପାରିବ ବୋଲି ଏଥିରେ କୁହାଯାଇଛି । ଖୋଲା ସ୍ଥାନରେ, ଭୂମି / ଖୋଲା ସ୍ଥାନର ଆକାରକୁ ଦୃଷ୍ଟିରେ ରଖି, ଉପଯୁକ୍ତ ସଂଖ୍ୟକ ବ୍ୟକ୍ତି ଏଥିରେ ସାମିଲ ହୋଇପାରିବେ ବୋଲି ମଧ୍ୟ କୁହାଯାଇଛି ।

Leave A Reply

Your email address will not be published.

twenty − seven =