ସାମ୍ବାଦିକଙ୍କ ପରିବାରକୁ ସହାୟତା

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଥିବା ସାମ୍ବାଦିକ ପ୍ରବୀର କୁମାର ପ୍ରଧାନଙ୍କ ପତ୍ନୀଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସାହାଯ୍ୟ ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସନତ କୁମାର ମହାନ୍ତି ଆଜି ଏହି ଚେକ୍ ପ୍ରବୀରଙ୍କ ପତ୍ନୀ ସସ୍ମିତା ସ୍ୱାଇଁଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ କରୋନାରେ ଆକ୍ରାନ୍ତ ହେବା ଯୋଗୁଁ ବୈଦୁ୍ୟତିକ ଗଣମାଧ୍ୟମ ନିଉଜ-୧୮ର ଭୁବନେଶ୍ୱର ପ୍ରତିନିଧି ପ୍ରବୀର କୁମାର ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ରାଜ୍ୟ ସରକାର ୧୫ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ମଞ୍ଜୁର କରିଥିଲେ ।

Leave A Reply

Your email address will not be published.

eighteen − five =