୮ ଥାକିଆ ହେବ ପାରାଦୀପ-ବଡ଼ବିଲ ରାସ୍ତା

ଭୁବନେଶ୍ୱର: ପାରାଦୀପ-ବଡ଼ବିଲ ୩୦୦ କିମି ବିଶିଷ୍ଟ ରାସ୍ତା ୮ ଥାକିଆ ହେବ । ଏହି ରାସ୍ତା ପାରାଦୀପ ଠାରୁ ଆରମ୍ଭ ହୋଇ ଚଣ୍ଡିଖୋଲ, ଡ଼ୁବୁରି, କେନ୍ଦୁଝର, ରିମୁଳି ଓ ବଡରସାହି ଦେଇ ବଡବିଲରେ ଶେଷ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀଙ୍କ ନିଷ୍ପତି ସଂପର୍କରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ପାରାଦୀପ ଠାରୁ ବଡ଼ବିଲ ପର୍ଯ୍ୟନ୍ତ ୩୦୦ କିଲୋମିଟର ରାସ୍ତାକୁ ୮ ଥାକିଆ କରିବା ପାଇଁ ନିଦେ୍ର୍ଧଶ ଦେଇଛନ୍ତି ବୋଲି ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଡ଼କରୀ, ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବରିÂ ଅଧିକାରୀଙ୍କ ମଧ୍ୟରେ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ଅନୁÂିତ ହୋଇଥିଲା । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ମିଶନର କୋଷ୍ଟାଲ ହାେଇୱ ନେଇ ଥିବା ସମସ୍ୟା ତଥା ଗୋପାଳପୁରରୁ ସାତପଡ଼ା ପାଇଁ ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବା ତଥା ଅନୁମତି ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରତିଶ୍ରୁତି ଦେଇଛନ୍ତି । କୋଷ୍ଟାଲ ହାଇୱେ ପାଇଁ ଯାହା ସହଯୋଗ ଆବଶ୍ୟକ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବୈଠକରେ ଭୁବନେଶ୍ୱର ରିଙ୍ଗ ରୋଡ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା ହୋଇଥିଲା । ଏହି ଆଲୋଚନାରେ କେନ୍ଦମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

ten + 14 =