ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ : ୨୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର :  ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇ ଯାଇଛି। ମୋଟ ୨୦ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। ବୈଠକ ପରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ, ଶିଳ୍ପ ଏବଂ କାରଖାନା ସଂକ୍ରାନ୍ତ ବିଭିନ୍ନ ଆଇନରେ ସଂଶୋଧନ କରାଯାଇଛି। ୨୦୦୭ ଓ ୨୦୧୫ ଶିଳ୍ପ ନୀତି ଏବଂ ୧୯୫୮ ଫ୍ୟାକ୍ଟ୍ରି ଆଇନରେ ସଂଶୋଧନକୁ ମଞ୍ଜୁରୀ ମିଳିଛି। କାରଖାନାରେ ଓଭର ଟାଇମ୍ ବୃଦ୍ଧିକୁ ମଞ୍ଜୁରୀ ମିଳିଛି।  ୩ ମାସରେ ଓଭର ଟାଇମ୍ ସମୟ ୧୧୫ ଘଣ୍ଟାକୁ ବୃଦ୍ଧି କରାଯାଇଛି। ମହିଳା କର୍ମଚାରୀଙ୍କୁ ରାତି ଡ୍ୟୁଟି ପାଇଁ ସର୍ତ୍ତମୂଳକ ଅନୁମତି ମିଳିଛି। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିର୍ମଳ ଯୋଜନାକୁ ବୃଦ୍ଧି କରିବାକୁ ନିଷ୍ପତି ନିଆଯାଇଛି। ବିଜେପୁରରେ ଗଙ୍ଗାଧର ମେହେର ବୃହତ ଜଳସେଚନ ପ୍ରକଳ୍ପକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।  ମୁଖ୍ୟମନ୍ତ୍ରୀ ନବୀନ ନିବାସରେ  ରହି ବୈଠକରେ ଭାଗ ନେଇଥିଲେ।ରାଜଧାନୀରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନର ତୃତୀୟ ମହଲା ଏବଂ ଜିଲାରେ ଥିବା ମନ୍ତ୍ରୀମାନେ ସଂପୃକ୍ତ ଜିଲାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପସ୍ଥିତ ରହି ଭିଡିଓ କନଫରେନ୍ସିଂରେ ଅଂଶ ଗ୍ରହଣ କରିଥିଲେ।

Leave A Reply

Your email address will not be published.

3 + 17 =